ଆଜି ବିଶ୍ୱ ଦହିବରା ଆଳୁଦମ ଦିବସ

Share this :

ଦହିପାଣିରେ ଭିଜା ଯାଇଥିବା ବରା ସାଙ୍ଗକୁ ଆଳୁଦମ । ଏହା ସହ ପିଆଜ, ସେଓ ଓ ପୁଦିନା ଚଟଣି । ସକାଳ ହେଉ କି ମଧ୍ୟାହ୍ନ ଦହିବରା ସାଙ୍ଗରେ ଆଳୁଦମ ଏକ ସ୍ୱତନ୍ତ୍ର ମହତ୍ତ୍ୱ ରଖେ । ବିଶେଷ କରି ଖରା ଦିନରେ ଦହିବରା ଖାଇବା ପରେ ଦହି ପାଣି ପିଇବାର ମଜା ଯିଏ ଅନୁଭବ କରିଛି ସିଏ ହିଁ କହିପାରିବ ଦହିବରାର ସ୍ୱାଦ କେତେ ଭଲ ।

Dahibara Aloodum recipe here! - Pragativadi

ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ଏହି ଉପଲକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ଚାଲିଛି ଏହି ଦିବସ । ଲୋକେ ଦହିବରା ଆଳୁଦମ ଖାଇ ଏହି ଦିବସ ମନାଇଛନ୍ତି । ବିଶେଷ କରି ଦହିବରା ଆଳୁଦମ ପାଇଁ ବିଶେଷ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ ଲୋକେ ମଧ୍ୟ ଏହାର ମଜା ଉଠାଇଛନ୍ତି ।

Share this :

Leave a Reply

Your email address will not be published. Required fields are marked *